111 Views
ନୂଆଦିଲ୍ଲୀ : ଶୁକ୍ରବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ପ୍ରତିଷ୍ଠାତା ସଦସ୍ୟ ଅଟଳବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କର ସ୍ମାରକୀ ‘ସଦୈବ ଅଟଳ’ ଠାରେ ଭାରତୀୟ ଜନତା ପାର୍ଟି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛି।
ଦୀର୍ଘ ଦିନର ଅସୁସ୍ଥତା ପରେ ଗତ ବର୍ଷ ଅଗଷ୍ଟ ୧୬ ତାରିଖ ଦିନ ୯୩ ବର୍ଷ ବୟସରେ ଏମ୍ସ୍ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଜାତୀୟ କାର୍ଯ୍ୟକାରିଣୀ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଦଳର ଅନ୍ୟ ନେତୃବୃନ୍ଦ ବାଜପେୟୀଙ୍କ ସ୍ମାରକୀପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
