Fri. Dec 27th, 2024

ଅନୁଗୁଳକୁ ରେଡ୍ ଜୋନ୍ ଘୋଷଣା କଲେ ଜିଲ୍ଲାପାଳ

By amfnews May 10, 2020 #Featured
238 Views

ଅନୁଗୁଳ : ରାଜ୍ୟରେ ଆଜି  ଚିହ୍ନଟ ହୋଇଥିବା ୫୮ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ ଜଣ ବୋଲି ଜଣାଯିବା ପରେ ଅନୁଗୁଳକୁ ରେଡ୍ ଜୋନ୍ ଘୋଷଣା କରାଯାଇଛି । ଏ ନେଇ ଅନୁଗୁଳ ଜିଲ୍ଲାପାଳ ମନୋଜ ମହାନ୍ତି ସୂଚନା ଦେଇଛନ୍ତି। ଆଜି କରୋନା ଅନୁଗୁଳ ଜିଲ୍ଲାକୁ ଛୁଇଁଛି। ଅନୁଗୁଳର ୧୩ ଜଣଙ୍କ ମଧ୍ୟରୁ ୧୧ଜଣ ହେଉଛନ୍ତି ସୁରତ ସୁରତ ଫେରନ୍ତା ଓ ଜଣେ ମହାରାଷ୍ଟ୍ର ଫେରନ୍ତା ବୋଲି ସୂଚନା ଦିଆଯାଇଛି। ଅପରପକ୍ଷରେ ଜଣେ କରୋନା ଆକ୍ରାନ୍ତ ସ୍ଥାନୀୟ ବ୍ୟକ୍ତି ବୋଲି କୁହାଯାଇଛି। ସୂତ୍ର ଅନୁସାରେ, ଆକ୍ରାନ୍ତ ଅନୁଗୁଳ ବାସିନ୍ଦା ଓ ଭୁବନେଶ୍ବରରେ ରହନ୍ତି। .ସେ ନିକଟରେ ନିକଟରେ ଅନୁଗୁଳ ଆସିଥିଲେ ଓ  ବହୁ ଲୋକଙ୍କ ସହ ମିଶିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୨୦ଟି ଜିଲ୍ଲାରୁ ମୋଟ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

By amfnews

Related Post