Mon. Oct 5th, 2026

ଅଯୋଧ୍ୟା ମାମଲାର ରାୟକୁ ସ୍ବାଗତ କରି ଐତିହାସିକ ନିଷ୍ପତ୍ତି ବୋଲି କହିଲେ ଅମିତ ଶାହା

291 Views

ନୂଆଦିଲ୍ଲୀ:ବହୁଚର୍ଚ୍ଚିତ ଅଯୋଧ୍ୟା ମାମଲାର ଶୁଣାଣି କରି ସୁପ୍ରିମ୍ କୋର୍ଟ ଯେଉଁ ରାୟ ଶୁଣାଇଛନ୍ତି ତାକୁ ସ୍ବାଗତ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଏହାକୁ ଐତିହାସିକ ନିଷ୍ପତ୍ତି ବୋଲି କହିଛନ୍ତି। ଅମିତ ଶାହା ଆହୁରି ମଧ୍ୟ କହିଛନ୍ତି ଯେ ଆଜିର ରାୟ ବହୁ ଦଶକର ଏହି ବିବାଦରେ ପୂର୍ଣ୍ଣଛେଦ ଟାଣିଛି।ସେ ଏହି ଅବସରରେ ଦେଶର ନ୍ୟାୟିକ ବ୍ୟବସ୍ଥା ଏବଂ ସମସ୍ତ ବିଚାରପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ,ବିବାଦୀୟ ଢାଞ୍ଚା ଉପରେ ମନ୍ଦିର ନିର୍ମାଣ ହେବ ଏବଂ ମସ୍ଜିଦ୍ ନିର୍ମାଣ ପାଇଁ ମୁସଲମାନମାନଙ୍କୁ ବିକଳ୍ପ ଜମି ଯୋଗାଇ ଦିଆଯାଉ ବୋଲି ଶନିବାର ଦିନ ସୁପ୍ରିମ୍ କୋର୍ଟ କହିଛନ୍ତି।ବିବାଦୀୟ ଢାଞ୍ଚା ଉପରେ ମନ୍ଦିର ନିର୍ମାଣ ଲାଗି ତିନି ମାସ ମଧ୍ୟରେ ଏକ ଯୋଜନା କରି କେନ୍ଦ୍ର ସରକାର ବୋର୍ଡ ଟ୍ରଷ୍ଟି ଗଠନ କରିବେ। ବୋର୍ଡ ଅଫ୍ ଟ୍ରଷ୍ଟିଙ୍କୁ କେନ୍ଦ୍ର ସରକାର ବିବାଦୀୟ ସ୍ଥାନ ହସ୍ତାନ୍ତର କରିବେ ଏବଂ ଅଯୋଧ୍ୟା ଠାରେ ସୁନ୍ନି ଓ୍ଵାକଫ୍ ବୋର୍ଡକୁ ୫ ଏକର ବିଶିଷ୍ଟ ବିକଳ୍ପ ଜମି ଯୋଗାଇ ଦେବେ।

By amfnews

Related Post