Sat. Mar 7th, 2026

ଅସ୍ଥାୟୀ ଦୋକାନୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଆଖି ବୁଜିଲେ ୪

139 Views

ସମ୍ବଲପୁର : ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ମୀନାବଜାରରେ ଘଟିଛି ଅଘଟଣ। ଆଜି ଭୋରରେ  ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କିଛି ଅସ୍ଥାୟୀ ଦୋକାନୀଙ୍କ ଉପରେ ଏକ ଟ୍ରକ୍‌ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଖବର ପାଇ ଶାସନ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ୍‌ଟି ଘଟଣାସ୍ଥଳରେ ଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

By amfnews

Related Post