Sat. Mar 7th, 2026

ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଲା

1205778418
225 Views

ଭୁବନେଶ୍ୱର  : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ସେ ଜଣେ ୫୫ ବର୍ଷିୟ ବ୍ୟକ୍ତି ବୋଲି ଜଣାଯାଇଛି। ତାଙ୍କର ଡାକ୍ତରଖାନାରେ ଚିକିତ୍ସା ଚାଲିଥିଲା। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

H & FW Dept Odisha

@HFWOdisha

Regret to report the death of a Covid positive 55 year old male of Ganjam, while under treatment in hospital.

Cause of death was acute respiratory distress syndrome.

61 people are talking about this
ଏବେ ରାଜ୍ୟରେ ମୋଟ୍ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି।

ଏଣେ ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏଥିରେ  ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବିଭାଗର ୨୧ ଜଣ ଆକ୍ରାନ୍ତ ଥିବା ଜଣାଯାଇଛି।

By amfnews

Related Post