Sun. Mar 8th, 2026

ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି

201 Views

ପୁରୀ : ଆସନ୍ତାକାଲି(ସୋମବାର)ଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ। ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।

By amfnews

Related Post