Sat. Dec 28th, 2024

ଆଜିଠୁ ୩ ଦିନ ଲଘୁଚାପ ବର୍ଷା ଆଶଙ୍କା, ୧୩ ଜିଲ୍ଲାପାଳଙ୍କୁ ସତର୍କ ଲାଗି ଏସଆରସିଙ୍କ ନିର୍ଦ୍ଦେଶ

By amfnews Aug 24, 2020 #Featured
116 Views

ଭୁବନେଶ୍ୱର, ଅଗଷ୍ଟ ୨୪  : ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ଦେଖାଯାଇଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ଏବଂ ଏହା ଦ୍ୱାରା ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇପାରେ । କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସମ୍ଭାବିତ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ୧୩ଟି ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ବର୍ଷା ପ୍ରଭାବରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରରଣ ବର୍ଷା ହୋଇପାରେ । ବର୍ଷାକୁ ଦୃଷ୍ଟିରେ ରଖି ଏସଆରସି ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି ।

By amfnews

Related Post