Wed. Mar 11th, 2026

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

189 Views

ଭୁବନେଶ୍ୱର :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।  ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି  ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି,“ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ପରେ ବର୍ଷାର ପରିମାଣ କମିବ। ଏହାପରେ ୨୮ ଓ ୨୯ ତାରିଖ ବେଳକୁ ପୁଣି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।”

ଶ୍ରୀ ଗିରି କହିଛନ୍ତି,“ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ  ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ”

By amfnews

Related Post