Fri. Dec 27th, 2024

ଆଜି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ୧୪ଜଣଙ୍କ ଭିତରୁ ୧୩ ସୁରତ ଫେରନ୍ତା

By amfnews May 11, 2020 #Featured
135 Views

ଭୁବନେଶ୍ବର: ଆଜି ସକାଳେ ଯେଉଁ ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ସଂପର୍କରେ ଅଧିକ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ତଥ୍ୟ ଅନୁଯାୟୀ ଏହି ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ଭିତରୁ ୧୩ଜଣ ସୁରତ ଫେରନ୍ତା। ୧୨ଜଣ ଗଞ୍ଜାମର ଓ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଏଥିରେ ସୂଚନା ଦିଆଯାଇଛି। ରାଉରକେଲାରେ ଯେଉଁ ଗୋଟିଏ ସକାରାତ୍ମକ ମାମଲା ସାମ୍ନାକୁ ଆସିଛି ସଂପୃକ୍ତ ଆକ୍ରାନ୍ତଜଣକ ପୂର୍ବ ଜଣେ ପିଜିଟିଭ୍ ଚିହ୍ନଟଙ୍କ ସଂସ୍ପର୍ଶରେ ଆସିଛନ୍ତି | ଏହି ସମସ୍ତ ୧୪ କରୋନା ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାର ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ,  ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୨୧ଟି ଜିଲ୍ଲାରୁ ମୋଟ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୬୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଓ ବୌଦ୍ଧ ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ, ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼ ଓ ଢେଙ୍କାନାଳ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

By amfnews

Related Post