Sun. Jan 26th, 2025

ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପ-ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଦେଲେ ଶ୍ରଦ୍ଧାଞ୍ଜଳି

By amfnews Oct 31, 2018 #Featured
213 Views

ନୂଆଦିଲ୍ଲୀ/ଭୁବନେଶ୍ୱର, ଅକ୍ଟୋବର ୩୧ : ଭାରତର ପ୍ରଥମ ଗୃହମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୩ତମ ଜୟନ୍ତୀ ଅବସରରେ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ବୁଧବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପ-ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ ଏବଂ ରାଜ୍ୟବର୍ଦ୍ଧନ ସିଂହ ରାଠୋର ମଧ୍ୟ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ବୁଧବାର ନର୍ମଦା ନଦୀ କୂଳରେ ନିର୍ମିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପ୍ରତିମୂର୍ତ୍ତିକୁ ଲୋକାର୍ପଣ କରୁଛନ୍ତି । ଏହା ହେଉଛି ବିଶ୍ୱର ସବୁଠାରୁ ଉଚ୍ଚ ମୂର୍ତ୍ତି, ଯାହାକି ନ୍ୟୁୟର୍କସ୍ଥିତ ଷ୍ଟ୍ୟାଚୁ ଅଫ ଲିବର୍ଟି ଠାରୁ ଦୁଇ ଗୁଣ ।

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଆୟୋଜିତ ରନ ଫର ୟୁନିଟି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଦୌଡ଼ରେ ଶତାଧିକ ଯୁବକମାନେ ଅଂଶଗ୍ରହଣ କରିଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ମଧ୍ୟ ରନ ଫର ୟୁନିଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଜିମ୍ନାଷ୍ଟିକ ଦୀପା କର୍ମକାର ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।  ଦିଲ୍ଲୀର ଇଣ୍ଡିଆ ଗେଟ ଠାରୁ ମଧ୍ୟ ରନ ଫର ୟୁନିଟି ପାଇଁ ଦୌଡ଼ା ଯାଇଛି ।

By amfnews

Related Post