Sun. Mar 8th, 2026

ଆଜି ୧୨ ଘଣ୍ଟିଆ ବୁର୍ଲା ବନ୍ଦ

165 Views

ବୁର୍ଲା, ଡିସେମ୍ବର ୧୦: ଭିମ୍‌ସାର ନିର୍ଦ୍ଦେଶକ ଅଶ୍ୱିନୀ ପୂଜାହାରୀଙ୍କ ବିରୋଧରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ବୁର୍ଲା ବନ୍ଦ ଡାକରା ଦିଆଯାଇଛି।

ବୁର୍ଲା ସଚେତନ ନାଗରିକ ମଞ୍ଚ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ଏହାକୁ ବିଭିନ୍ନ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ପୂଜାହାରୀଙ୍କ କାର୍ଯ୍ୟକାଳ ସରିବା ପର୍ଯ୍ୟନ୍ତ ତାଙ୍କୁ ପୁନଃ ଅବସ୍ଥାପିତ କରିବାକୁ ଦାବି କରାଯାଇଛି।

ଅଶ୍ୱିନୀ ପୂଜାହାରୀଙ୍କୁ ହଟାଇବା ଦାବିରେ ଭିଏସ୍ଏସ୍ ମେଡିକାଲ୍‌ କଲେଜରେ ଜୁନିଅର ଡାକ୍ତର ଆସୋସିଏସନ୍‌ (ଜେଡିଏ) ଆନ୍ଦୋଳନ କରିଥିଲା।

ବିଭିନ୍ନ ଘଟଣାକୁ ନେଇ ସରକାର ପୂଜାହାରୀଙ୍କୁ ଛୁଟିରେ ପଠାଇ ଦେଇଛନ୍ତି। ଏହାକୁ ସ୍ଥାନୀୟ ଲୋକେ ପ୍ରବଳ ବିରୋଧ କରୁଛନ୍ତି।

By amfnews

Related Post