Fri. Apr 24th, 2026

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

220 Views

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ସମୟରେ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତୀ ଦୁଇ ଦିନ ଓଡ଼ିଶାରେ କମ୍‌ ବର୍ଷା ରହିବ। ୧୯ ତାରିଖଠାରୁ ପୁଣିଥରେ ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ମୌସୁମୀ ବର୍ଷା ତଥା ଜୁନ୍‌ ପହିଲାରୁ ଜୁଲାଇ ୧୫ ପର୍ଯ୍ୟନ୍ତ ରାଜ୍ୟରେ ୫ ପ୍ରତିଶତ ଅଧିକ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ୍‌ ଭାବେ ୩୬୮.୨ ମିମି ବର୍ଷା ହୋଇଥାଏ। ତେବେ ଆଜି ସୁଦ୍ଧା‌ ୩୮୮.୨ ମିମି ବର୍ଷା ରେକର୍ଡ କରାଯାଇଛି। ୨୪ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୪ଟି ଜିଲ୍ଲା ଯଥା ଝାରସୁଗୁଡ଼ା, ମାଲକାନଗିରି, ନୂ୍ଆପଡ଼ା ଓ ବୌଦ୍ଧରେ ସ୍ବାଭାବିକଠାରୁ ୨୦% ଅଧିକ ବର୍ଷା ହୋଇଛି। ଉପକୂଳ ଜିଲ୍ଲାଗୁଡ଼ିକରେ ନିଅଣ୍ଟିଆ ବର୍ଷା ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇଛି। ଟିଟିଲାଗଡ଼ରେ ସର୍ବାଧିକ ୬୪.୬ ମିମି ବର୍ଷା ରେକର୍ଡ କରାଯାଇଛି।

By amfnews

Related Post