Sat. Mar 7th, 2026

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

342 Views

ଭୁବନେଶ୍ୱର: ଆଜିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ତାପମାତ୍ରା ମାଲକାନଗିରିରେ ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ରହିଛି।

ରବିବାର ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖରୁ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

By amfnews

Related Post