Sun. Mar 8th, 2026

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

176 Views

ଭୁବନେଶ୍ୱର  :   ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ରହିଛି।

୬ରୁ ୭ ତାରିଖ ମଧ୍ୟରେ ମାଲାକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, ନବରଙ୍ଗପୁର, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା ରହିଛି।

ସେହିପରି ୭ରୁ ୮ ତାରିଖ ମଧ୍ୟରେ ରାଜ୍ୟର ୨୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, ବରଗଡ଼, ନୂଆପଡ଼ା, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

By amfnews

Related Post