Wed. Oct 14th, 2026
239 Views

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସାରା ଓଡ଼ିଶାରେ ବର୍ଷା ଲାଗି ରହିବ। ଅନ୍ୟ ସ୍ଥାନ ଗୁଡ଼ିକ ତୁଳନାରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ବିହାର ଓ ପୂର୍ବ ଉତ୍ତରପ୍ରଦେଶ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ୱେଲ୍‌ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୪ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କିଛି ସ୍ଥାନରେ କାଳବୈଶାଖୀ ମଧ୍ୟ ହୋଇପାରେ। ଏଥିପାଇଁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ମିଳିଥିବା ସୂଚନା ଅନୁଯାୟୀ, ସାରା ରାଜ୍ୟରେ ଆହୁରି ସାତ ଦିନ ଯାଏ ମୌସୁମୀ ବର୍ଷା ଲାଗି ରହିବ।

By amfnews

Related Post