245 Views
ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରର ରୂପ ନେଇସାରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଏହା ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତକାଲି ରାଜ୍ୟରେ ସର୍ବାଧିକ ୭୦ ମିଲିମିଟର ବର୍ଷା ନବରଙ୍ଗପୁରରେ ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ୨୦.୬ ମିଲିମିଟର ବର୍ଷା ହୋଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି । ରେଡ ଆଲର୍ଟ ଜାରି ହୋଇଥିିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଦେବଗଡ, ସୋନପୁର, ଅନୁଗୁଳ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଢ଼େଙ୍କାନାଳ ।