392 Views
ଭୁବନେଶ୍ୱର, ସେପ୍ଟେମ୍ବର ୦୪:
ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ପ୍ରଭାବରେ ଉତ୍ତର ଓଡ଼ିଶା ଓ ଅଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବା ନେଇ ପୂର୍ବାନୁମାନ କରଛି ଭୁବନେଶ୍ୱର ପାଣିପାଗ ବିଭାଗ।
ପାଣିପାଗ ବିଭାଗ ଅନୁଯାୟୀ, ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ମାତ୍ର ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ। ବୁଧବାର ଠାରୁ ଉତ୍ତର ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ଓ ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଧୀବରଙ୍କୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ପାଣିପାଗ ବିଭାଗର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି।