Fri. Jul 24th, 2026

ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ଆଶଙ୍କା, ପାଣିପାଗ ବିଭାଗର ସତର୍କ ସୂଚନା

351 Views

ଭୁବନେଶ୍ୱର, ଅକ୍ଟୋବର ୨୧ :

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱରକୁ ସତର୍କ ସୂଚନା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

By amfnews

Related Post