Sat. Sep 26th, 2026

ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

196 Views

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୭ ଜିଲ୍ଲାବାସୀଙ୍କୁ ଦିନ ୧୧ଟା ୩୦ ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼।

By amfnews

Related Post