Fri. Jun 12th, 2026

ଏହି ସବୁ ଜିଲ୍ଲାରେ ବର୍ଷା ସହ ବହିବ ୩୦ରୁ ୪୦ କି.ମି ବେଗରେ ପବନ

290 Views

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼ ଓ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ଘଡ଼ଘଡ଼ି ମାରିବା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବିଭାଗ ପକ୍ଷରୁ ଆହୁରି କୁହାଯାଇଛି, ବର୍ଷା ପରେ ରାଜ୍ୟରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆସନ୍ତାକାଲି ରାଜ୍ୟରେ ଘନ କୁହୁଡ଼ି ଦେଖାଦେବାର ମଧ୍ୟ ସମ୍ଭାବନା ରହିଛି।

By amfnews

Related Post