Fri. Jul 3rd, 2026

ଓଆରଏଚଡିସି ଦୁର୍ନୀତି: ଆଇଏଏସ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ ଦଣ୍ଡ

324 Views

ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ୟ ଗୃହନିର୍ମାଣ ନିଗମ( ଓଆରଏଚଡିସି) ଦୁର୍ନତୀ ମାମଲରେ ଏହାର ତତ୍‌କାଳୀନ ପରିଚାଳନା ନିର୍ଦ୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ଭିଜିଲାନ୍ସ କୋର୍ଟ ଅଭିଯୁକ୍ତ ଆଇଏଏସ ଅଫିସର ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିିତ କରିଛନ୍ତି। ଆଇଏଏସ ବିନୋଦ କୁମାରଙ୍କ ନାମରେ ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଯେଉଁ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଥିଲେ ଏହା ଉପରେ ଚଳିତମାସ ଅର୍ଥାତ ଅଗଷ୍ଟ ମାସ ୧୦ ତାରିଖ ଯାଏ ଓଡ଼ିଶା ହାଇକୋର୍ଟ ବିନୋଦ କୁମାରଙ୍କୁ ସାମୟିକ ଆଶ୍ୱସ୍ତି ଦେଇଥିଲେ।ଏହି ଅବଧି ଶେଷ ହେବା ପୂର୍ବରୁ ବିିନୋଦ କୁମାର ଆତ୍ମସମର୍ପଣ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଓଆରଏଚଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଓଆରଏଚଡିସିର ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର (ଆଇଏଏସ) ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ଦାସ , ଆକାଉଣ୍ଟାଣ୍ଟ ପ୍ରଦୀପ ରାଉତ ଓ ଚିତ୍ତରଞ୍ଜନ ମଲ୍ଲିକଙ୍କ ନାମରେ ଜାମୀନ ବିହୀନ ଗିରଫ ପରଓ୍ଵାନା ଜାରି କରିଥିଲେ। ପରେ ଏ ନେଇ ଆଇଏଏସ ବିନୋଦ କୁମାର ହାଇକୋର୍ଟର ଦ୍ୱାରସ୍ଥ ହୋଇ ତାଙ୍କ ବିରୋଧରେ ଜାରି ହୋଇଥିବା ଜାମିନ ବିହୀନ ଗିରଫ ପରଓ୍ଵାନାକୁ ଉଠାଇଦେବାକୁ ନିବେଦନ କରିଥିଲେ। ହାଇକୋର୍ଟ ୨ଟି ପର୍ଯ୍ୟାୟରେ ଅଗଷ୍ଟ ୧୦ ତାରିଖ ଯାଏ ବିନୋଦ କୁମାରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଥିଲେ। ଆଜି ହାଇକୋର୍ଟଙ୍କ ଠାରୁ ମିଳିଥିବା ସୁରକ୍ଷା ଅବଧି ଶେଷ ହେବା ପରେ ଆଇଏଏସ ବିନୋଦ କୁମାର ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ଆତ୍ମସମର୍ପଣ କରିଥିଲେ। ପରେ ତାଙ୍କ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି।

By amfnews

Related Post