Sat. Jun 13th, 2026
164 Views

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ପର୍ଶଳା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ୧୦ ଜଣରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ‘ସଂସ୍କାର’ ନାମକ ଏକ ଯାତ୍ରୀବାହୀ ବସ୍‌ କୋଇଡାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ପର୍ଶଳା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ରିମୁଳି ଫାଣ୍ଡି ଅଧିକାରୀ ଓ ୧୦୮ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

By amfnews

Related Post