Sun. Sep 6th, 2026

ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

264 Views

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ଜଣେ କରୋନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଷଷ୍ଠ କରୋନା ପଜିଟିଭ୍ ଜଣକ କଟକର ବୋଲି ଜଣାପଡ଼ିଛି।  ନିକଟରେ ସେ ଦିଲ୍ଲୀ ଗସ୍ତ କରିଥିଲେ ବୋଲି ଜଣାପଡ଼ିଛି। ତେବେ ତାଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ସେ କାହା କାହା ସହିତ ମିଶିଛନ୍ତି, ସେ ବିଷୟରେ ବି ଜଣାପଡ଼ିନି। ତେବେ ସେ ବହୁତ ଲୋକଙ୍କ ସଂସ୍ପର୍ଶରେ ଆସିଥିବା କୁହାଯାଉଛି।

ସୂଚନାଯୋଗ୍ୟ, ଅନ୍ୟ ୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରଥମ ଓ ଦ୍ୱିତୀୟ ରୋଗୀ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି। ଅନ୍ୟ ତିନି ଜଣଙ୍କର ଚିକିତ୍ସା ଚାଲିଛି।

By amfnews

Related Post