Sun. Mar 8th, 2026

କଂଗ୍ରେସ ନେତା କରନ ସିଂହଙ୍କ ଘରେ କାର୍ଯ୍ୟରତ ପୁଲିସ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

168 Views

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା କରନ ସିଂହଙ୍କ ଘରେ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ପୁଲିସ କର୍ମଚାରୀ ଗୁଳି ଫୁଟାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାଯାଇଛି। ଏହାପରେ ଅବଶ୍ୟ ଉକ୍ତ ପୁଲିସ କର୍ମଚାରୀଙ୍କୁ ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ତାଙ୍କର ଚିକିତ୍ସା ଚାଲିଛି।

ଏହି ଅଘଟଣ ଘଟିବାପରେ କରନ ସିଂହଙ୍କ ଘରେ ଅଧିକ ସଂଖ୍ୟକ ପୁଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି। ପୁଲିସ ପକ୍ଷରୁ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବି ଜଣାଯାଇଛି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଥିବା କରନ ସିଂହଙ୍କ ଘରେ ଏହି ଅଘଟଣ ଘଟିଥିବା ଜଣାଯାଇଛି।

By amfnews

Related Post