157 Views
ଭୁବନେଶ୍ବର, ମେ ୧୨ : କରୋନା ମୃତ୍ୟୁ ସଂଖ୍ୟାରେ କୌଣସି ବ୍ରେକ ଲାଗିନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି । ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧ ଓ ଅନୁଗୁଳରୁ ୩ ଜଣ ଲେଖାଏଁ, ନୂଆପଡା ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ପୁରୀ, ଗଞ୍ଜାମ, ଢେଙ୍କାନାଳ, ବୌଦ୍ଧ ଓ ବାଲେଶ୍ବରରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେବା ସହ ଅନ୍ୟାନ୍ୟ ରୋଗ ମଧ୍ୟ ରହିଥିଲା । ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।