Thu. Mar 12th, 2026

କାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା

220 Views

ଭୁବନେଶ୍ୱର : ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ବାଲେଶ୍ୱର, ଅନୁଗୋଳ ଓ ଦେବଗଡ଼ ଜିଲ୍ଲାରେ ନିଅଣ୍ଟ ବର୍ଷା ହୋଇଛି। ଏବେ ସୁଦ୍ଧା ୯% ନିଅଣ୍ଟ ବର୍ଷା ହୋଇଛି। ଆଗକୁ ମୌସୁମୀ ବେଶୀ ସକ୍ରିୟ ହେଲେ ଏହା ଭରଣା ହୋଇଯିବ। ଆସନ୍ତା ୧୨ ତାରିଖ ପରେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏନେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ କହିଛନ୍ତି,“ଆଜି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଶା କରାଯାଉଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା  ହେବ ବୋଲି ଆକଳନ କରାଯାଇଛି। ଏଥିସହିତ ୧୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିପାରେ।”

By amfnews

Related Post