Wed. Nov 27th, 2024

କାଳବୈଶାଖୀ ଲାଗି ବିଭିନ୍ନ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କଲେ ଏସଆରସି

By amfnews May 7, 2021 #Featured
131 Views

ଭୁବନେଶ୍ବର, ମେ ୦୭ :

କାଳବୈଶାଖୀ ପାଇଁ ଆସନ୍ତା ୪ ଦିନ ବର୍ଷା ଓ ପବନ ଆଶଙ୍କା ରହିଥିବାରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ସ୍ବତନ୍ତ୍ର ରିଲିଫ କମିଶନର ସତର୍କ କରାଇଛନ୍ତି ।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ ଉକ୍ତ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି।  

ସେହିପରି ଆସନ୍ତାକାଲି ଅର୍ଥାତ ୮ ତାରିଖ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ବୌଦ୍ଧ, କନ୍ଧମ‌ାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଅନ୍ୟପଟେ ୯ ତାରିଖ ମଧ୍ୟ ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ଏବଂ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସମ୍ଭାବ୍ୟ ପରିସ୍ଥିତି ପାଇଁ ସଜାଗ ରହିବା ଲାଗି ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।

By amfnews

Related Post