Sat. Sep 26th, 2026

‘କାଳିଆ’ ଯୋଜନାର ପ୍ରୋତ୍ସାହନ ରାଶି ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ ପୂର୍ବରୁ ଶ୍ରୀମନ୍ଦିରରେ ‘କାଳିଆ’ଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

403 Views

ପୁରୀ: ଆଜି ପୁରୀ ଜିଲ୍ଲା ମାଳତିପାଟପୁର ନିକଟରେ ଆରମ୍ଭ ହୋଇଛି ବିଶାଳ ଚାଷୀ ସମାବେଶ। ସରକାରଙ୍କ କାଳିଆ କାର୍ଯ୍ୟକ୍ରମ ଜରିଆରେ ଆଜି ଠାରୁ ଚାଷୀଙ୍କ ଖାତାକୁ ଆସିବ ‘ଟଙ୍କା’। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ ଲକ୍ଷ ୪୫ ହଜାର ଚାଷୀ ଏହି ଯୋଜନାରେ ଟଙ୍କା ପାଇବେ ।ଏହି କାର୍ଯ୍ୟକ୍ରମରେ ହିତାଧୀକାରୀମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ ପୂର୍ବରୁ ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି।

ଆଜି ଠାରୁ ରାଜ୍ୟର ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟଗୁଡ଼ିକରେ ଏହି ଯୋଜନାରେ ସରକାରୀ ସହାୟତା ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ଚାଷୀଙ୍କ ତାଲିକା ପ୍ରକାଶ ପାଇବ। ତେବେ କାଳିଆ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି ବାଣ୍ଟିବା ପାଇଁ ପୁରୀରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଚାଷୀ ସମାବେଶ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ‘କାଳିଆ’ ଯୋଜନାରେ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବରେ ଆରମ୍ଭ କରିବେ ।

By amfnews

Related Post