136 Views
ଭୁବନେଶ୍ୱର, ମେ 1 : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇ ଜୁନ ୫ ତାରିଖ ଯାଏଁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ନିମ୍ନ ଅଦାଳତରେ ଆଗୁଆ ଗ୍ରୀଷ୍ମକାଳୀନ ଅବକାଶ ଲାଗୁ କରାଯାଇଛି ।
ଗ୍ରୀଷ୍ମ ଅବକାଶ ସମୟରେ ହାଇକୋର୍ଟ ଓ ସମସ୍ତ ନିମ୍ନ ଅଦାଳତ ଭର୍ଚୁଆଲ ମୋଡରେ କାର୍ଯ୍ୟ କରିବେ ବୋଲି ହାଇକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରୀ କରାଯାଇଛି ।
ଅପରପଟେ କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ପୂର୍ବରୁ ଜାରୀ କରାଯାଇଥିବା ସମସ୍ତ ଅନ୍ତରୀଣ ଆଦେଶ ଆସନ୍ତା ଜୁନ ୩୦ ତାରିଖ ଯାଏଁ ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଜାରୀ କରିଛନ୍ତି ।
ତେବେ ପ୍ରତିବର୍ଷ ଗ୍ରୀଷ୍ମକାଳୀନ ଅବକାଶ ହାଇକୋର୍ଟରେ ମେ ୨୪ରୁ ଏବଂ ନିମ୍ନ ଅଦାଳତ ଗୁଡିକରେ ମେ ୨୨ରୁ ଆରମ୍ଭ ହୁଏ । କିନ୍ତୁ ଚଳିତବର୍ଷ କରୋନା ସଂକ୍ରମଣର ହାର ବୃଦ୍ଧି ଯୋଗୁଁ ଆଗୁଆ ଏହାକୁ ଲାଗୁ କରାଯାଇଛି ।ଏହାସହ ରଜ ପର୍ବ ପାଇଁ ଜୁନ ୧୪ରୁ ୧୭ ଯାଏଁ ସମସ୍ତ ଅଦାଳତ ବନ୍ଦ ରହିବ ।