Wed. Oct 7th, 2026

ଗ୍ୟାସ୍ ସିଲିଣ୍ଡର ଫାଟି ଭୁଶୁଡି ପଡ଼ିଲା ଦୁଇ ମହଲା କୋଠା; ୧୦ ମୃତ

395 Views

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶର ମହମ୍ମଦାବାଦର ବଲିଦପୁର ଗାଁରେ ଆଜି ସକାଳେ ଗ୍ୟାସ୍‌ ସିଲିଣ୍ଡର ଫାଟି ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭଙ୍ଗା କୋଠା ତଳେ ଆଉ କିଛି ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ତେଣୁ ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।

ଏହି ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମାର ସଦ୍‌ଗତି ପାଇଁ ପ୍ରାର୍ଥନା କରିବା ସହିତ ସେମାନଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏହାସହ ଆହତମାନଙ୍କର ଚିକିତ୍ସା କିପରି ସୁବିଧାରେ ହୋଇପାରିବ ସେ ନେଇ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଗ୍ୟାସ୍‌ ସିଲିଣ୍ଡରଟି କେଉଁ କାରଣରୁ ଫାଟିଲା, ତାହା ସ୍ପଷ୍ଟ ହୋଇପାରିନି। ଘଟଣାର ତଦନ୍ତ ଚାଲିଛି।

By amfnews

Related Post