Sat. Mar 7th, 2026
241 Views

ଅନୁଗୋଳ : ଘରେ ଥିବାବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ହଣ୍ଡପା ବନାଞ୍ଚଳ କମରେଇ ଗାଁରେ।

ସୂଚନା ଅନୁଯାୟୀ, କମରେଇ ଗାଁର ଦେବକୀ ବେହେରା ନାମ୍ନୀ ବିଧବା ବୃଦ୍ଧା ଘରେ ଏକୁଟିଆ ରୁହନ୍ତି। ଗତରାତିରେ ସେ  ଶୋଇ ଥିବାବେଳେ ବିଳମ୍ବିତ ରାତିରେ ହାତୀ ଘର ଭାଙ୍ଗି ପଶି ତାଙ୍କୁ ଦଳି ଚକଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦେଵକୀଙ୍କ ମୃତ୍ୟୁ ଘଟିଥିଲା।

ଗ୍ରାମବାସୀ ସକାଳେ ଏହା ଦେଖିବା ପରେ ଗାଁରେ ଭୟର ବାତାବରଣ ଖେଳି ଯାଇଥିବାବେଳେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ସକାଳେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି।

By amfnews

Related Post