Fri. Jun 12th, 2026

ଘାଟିରେ ଓଲଟିଲା ବସ୍‌; ୧୫ ଆହତ

170 Views

ମୋହନା  : ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ବଡ଼ବଦା ଗାଁ ନିକଟରେ ଥିବା ଘାଟିରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଭୋର୍‌ରେ ଏହି ଦୁର୍ଘଟଣା ଘଟିଥିଲା। ‘ଇସ୍ପାତ’ ନାମକ ଏହି ବସ୍‌ଟି କଟକରୁ ପାରଳାଖେମୁଣ୍ଡି ଆସୁଥିବା ବେଳେ ବଡ଼ପଦା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସ୍‌ଟି ପୂରା ଘାଟି ତଳକୁ ଖସି ଯାଇଥିଲା।

ଖଜୁରୀପଦା ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବଡ଼ପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ପାରଳାଖେମୁଣ୍ଡିକୁ ସ୍ଥାନାନ୍ତର କରାଯାଇଥିଲା। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

By amfnews

Related Post