Sun. Mar 8th, 2026

ଝାରସୁଗୁଡ଼ା-ମୁମ୍ବାଇ ମଧ୍ୟରେ ବିମାନ ସେବା ଆରମ୍ଭ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

164 Views

ଭୁବନେଶ୍ବର: କେନ୍ଦ୍ର ପେଟ୍ରୋଲିଅମ୍ , ଦକ୍ଷତା ବିକାଶ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡ଼ା-ମୁମ୍ବାଇ ମଧ୍ୟରେ ବିମାନ ସେବା ଆରମ୍ଭ କରିବା ପାଇଁ ଆଜି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଥିବା ଜଣାଯାଇଛି। ଝାରସୁଗୁଡ଼ାରୁ ଦିଲ୍ଲୀକୁ ସିଧା ବିମାନ ସେବା ସଫଳ ହେବାପରେ ଝାରସୁଗୁଡ଼ା-ମୁମ୍ବାଇ ମଧ୍ୟରେ ବିମାନ ସେବାର ଆବଶ୍ୟକତା ବି ରହିଛି ବୋଲି ସେ କହିଛନ୍ତି।

Image result for dharmendra pradhan-hardeep singh
ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଚିଠିରେ ଆହୁରି ମଧ୍ୟ ଲେଖିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ସରକାରଙ୍କର ଉଡାନ ଯୋଜନା ସାଧାରଣ ଲୋକଙ୍କ ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିଛି । ପଶ୍ଚିମ ଓଡିଶାର ଲୋକଙ୍କ ଇଚ୍ଛାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ଏଥିରେ ହସ୍ତକ୍ଷେପ କରି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ସିଧା ବିମାନ ସଂଯୋଗ ସ୍ଥାପନ କରିବାକୁ ସେ ଅନୁରୋଧ କରିଛନ୍ତି। ଦେଶର ବ୍ୟାବସାୟିକ ରାଜଧାନୀ ମୁମ୍ବାଇ ଏବଂ ପଶ୍ଚିମ ଓଡିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗ ହେଲେଏହା ଅଞ୍ଚଳବାସୀଙ୍କୁ ଅଧିକ ଲାଭ ଦେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶା ପ୍ରକାଶ କରିଛନ୍ତି।

By amfnews

Related Post