118 Views
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ପଦ୍ମପୁର ଅଞ୍ଚଳରେ ବ୍ୟାପିଛି ଝାଡ଼ାବାନ୍ତି । ଝାଡାବାନ୍ତିରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ତାଙ୍କ ନାଁ ଶଶି ରାଉତ। ସେ ଗତକାଲି ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଗତ ୪ ଦିନ ଭିତରେ ଏହି ଅଞ୍ଚଳର ୪୦ରୁ ୪୫ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।