Fri. Aug 28th, 2026

ତାତିରୁ ମିଳିବ ନିସ୍ତାର, ଆଜି ରାଜ୍ୟର ୨୪ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

434 Views

ଭୁବନେଶ୍ବର, ମେ ୧୧ : କାଳବୈଶାଖୀ ପ୍ରଭାବ ଜାରି ରହିଥିବାରୁ ଆଜି ରାଜ୍ୟର ୨୪ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ତାତିରୁ ଆଶ୍ବସ୍ତି ମିଳିବ ବୋଲି କୁହାଯାଉଛି ।

ପାଣିପାଗ ବିଭାଗର ସୂଚନାନୁସାରେ, ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି। ଏଥିସହ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବର୍ଷା, ଘଡଘଡିର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା୧୩ ତାରିଖ ଦିନ ୧୮ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ଝଡ଼ବର୍ଷା ରହିଥିବା ଆଶଙ୍କା କରିଛି ।

କାଳବୈଶାଖୀ ପ୍ରଭାବ ଯୋଗୁଁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କିନ୍ତୁ ଏହାପରେ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି କୁହାଯାଇଛି ।

By amfnews

Related Post