Wed. Sep 30th, 2026

ଥାନା ଶୌଚାଳୟରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା

251 Views

ସୁନ୍ଦରଗଡ଼, ଡିସେମ୍ବର ୦୬: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଶୌଚାଳୟରେ ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଜୟ ଲାକ୍ରା। ତାଙ୍କ ଘର ରାଜଗାଙ୍ଗପୁର ବ୍ଲକ୍ ଅନ୍ତର୍ଗତ ରାଇକାକଚ୍ଛର ଗାଁରେ।

ଜୟଙ୍କୁ ଟଙ୍କା ହଡ଼ପ ଅଭିଯୋଗରେ ୩ ଦିନ ଧରି ପୁଲିସ୍‌ ପଚରା ଉଚରା କରୁଥିଲା। ତେବେ ଗତକାଲି ସନ୍ଧ୍ୟାରେ ଜୟଙ୍କୁ ଶୌଚାଳୟରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ରାଜଗାଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଜୟଙ୍କ ମୃତଦେହକୁ ରାଜଗାଙ୍ଗପୁର ଡାକ୍ତରଖାନାରେ ରଖାଯାଇଛି। ଆଜି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯିବ।

ଏହି ଘଟଣାକୁ ନେଇ ଥାନା ପରିସରରେ ଚାପା ଉତ୍ତେଜନା ଦେଖା ଦେଇଥିବାରୁ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

By amfnews

Related Post