Wed. Sep 30th, 2026

ଦୁଇ ଗୋଷ୍ଠୀ ମୁହାଁମୁହିଁ; ୭ ଆହତ

177 Views

କୃଷ୍ଣପ୍ରସାଦ : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍‌ କହ୍ନେଇପୁର ଗାଁରେ ରାଜନୈତିକ ଶତୃତାକୁ କେନ୍ଦ୍ରକରି ଆଜି ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୫ଟି ବୋମାମାଡ଼ ବି ହୋଇଛି। ବୋମାମାଡରେ ଉଭୟ ଗୋଷ୍ଠୀରୁ ୭ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି  ବିଳମ୍ୱିତ ରାତିରେ ବି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହେବା ସହ ଧସ୍ତାଧସ୍ତି ହୋଇଥିଲା। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଥିଲା।

By amfnews

Related Post