148 Views
ଭୁବନେଶ୍ୱର, ଫେବୃଆରୀ 03 :
ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ଚିକିତ୍ସା ପାଇଁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଗତକାଲି କମଳା ପୂଜାରୀ ଅସୁସ୍ଥ ଅନୁଭବ କରିଥିଲେ । ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଛି । ବର୍ତ୍ତମାନ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । କମଳା ପୂଜାରୀଙ୍କ ରକ୍ତ ଚାପ ବଢିବା ସହିତ କିଡ୍ନୀ ସମସ୍ୟା ରହିଛି । ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଚିକିତ୍ସା କରୁଛନ୍ତି ।
ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ କମଳା ପୂଜାରୀ । ଏଥିପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ସମ୍ମାନରରେ ସମ୍ମାନିତ କରାଯାଇଥିଲା ।