Sun. Sep 27th, 2026

ପୁଣି ୨ ସଂକ୍ରମିତଙ୍କର ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୩୮କୁ ବୃଦ୍ଧି

283 Views

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଥିବା ଜଣାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମର ମୃତକଙ୍କ ବୟସ ୭୭ ବର୍ଷ ହୋଇଥିବା ବେଳେ ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ଏଣେ  ଯାଜପୁର ଜିଲ୍ଲାରୁ ମୃତକଙ୍କ ବୟସ ୬୪ ବର୍ଷ ଓ ସେ ମଧୁମେହ ରୋଗରେ ପୀଡ଼ିତ ଥିଲେ। ଏଦୁହେଁ ପୁରୁଷ। ଯାଜପୁର ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଜି ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଣେ ରାଜ୍ୟରେ ମୋଟ୍ ୬୬୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୪ ରହିଛି।

By amfnews

Related Post