Mon. Sep 7th, 2026

ପୂର୍ବାହ୍ନ ୯ଟା ସୁଦ୍ଧା ରାଜ୍ୟରେ ୬.୫% ମତଦାନ ହୋଇଥିବାର ସୂଚନା ଦେଲେ ରାଜ୍ୟ ନିର୍ବାଚନ ଅଧିକାରୀ

340 Views

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ସକାଳ ୯ଟା ସୁଦ୍ଧା ହାରାହାରି ୬. ୫% ଭୋଟ୍‌ ଦାନ ହୋଇଥିବା କଥା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଏଥିରେ ୨୭୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସମୁଦାୟ ୯୧୧୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର୍‌ ମତଦାନ କରିବେ ବୋଲି ଆଶା କରାଯାଉଛି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ ଲକ୍ଷ ୯୯ ହଜାର ୯୯୯ ଜଣ ନୂତନ ଭୋଟର୍‌।

By amfnews

Related Post