97 Views
ନୂଆଦିଲ୍ଲୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସକାଳ ୧୦ଟା ୩୦ଟାରେ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଞ୍ଚମ ପାଳି ଆରମ୍ଭ କରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି । ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦିଲ୍ଲୀ ସରକାରୀ ବାସଭବନରେ ଉଭୟ ନେତାଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି।
ମୁଖ୍ୟମନ୍ତ୍ରୀ ସାକ୍ଷାତ ସମୟରେ ରାଜ୍ୟ ସ୍ବାର୍ଥ ସମ୍ପର୍କିତ ଏକାଧିକ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିବା ସହିତ କେନ୍ଦ୍ରର ସହାୟତା ଲୋଡ଼ିଛନ୍ତି। ଆଲୋଚନା ସମୟରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ କରାଯିବାର ଦାବିକୁ ମଧ୍ୟ ନବୀନ ଦୋହରାଇଛନ୍ତି ।