Thu. Oct 15th, 2026
210 Views

ଜଳେଶ୍ୱର : ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍ ଆଜି ଭୋରରୁ ବାଲେଶ୍ୱର ଜିଲ୍ଲା ନହରା ଛକରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣ ଆହତ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ପ୍ରଥମେ ଜଳେଶ୍ୱର ଓ ପରେ ବାଲେଶ୍ୱର ଜିଲ୍ଲା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ତୀର୍ଥ ଯାତ୍ରୀ ବସ୍‌  ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଆସୁଥିଲା। ହେଲେ ବସ୍‌ଟି ନହରା ଛକ ଅତିକ୍ରମ କରୁଥିବା ବେଳେ ପଛରୁ ଆସୁଥିବା ଏକ ଅଜଣା ଗାଡ଼ି ବସ୍‌ଟିକୁ ଧକ୍କା ଦେଇଥିଲା। ଘନ କୁହୁଡ଼ି ପାଇଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

ସ୍ଥାନୀୟ ଲୋକେ ଏହାଦେଖି ତୁରନ୍ତ ଅଗ୍ନିଶମ ବାହିନୀ ଓ ପୁଲିସ୍‌କୁ ଖବର ଦେଇଥିଲେ। ଏହାପରେ ଆରମ୍ଭ ହୋଇଥିଲା ଉଦ୍ଧାର କାର୍ଯ୍ୟ।

By amfnews

Related Post