175 Views
ନୂଆଦିଲ୍ଲୀ, ଜୁଲାଇ ୫ : ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଦେଶରେ ରେକର୍ଡ ଭାଙ୍ଗିଛି ମହାମାରୀ କରୋନା ସଂକ୍ରମିତ ଚିହ୍ନଟ ସଂଖ୍ୟା। ଆଜି ପ୍ରାୟ 25 ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୬ ଲକ୍ଷ ୭୩ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୯ ହଜାର ୨୬୮ ଛୁଇଁଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ଉଦବେଜନକ ଭାବେ ମାଡ଼ି ଚାଲିଛି କରୋନା । ଆଜି ପୁଣି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ।ସ୍ଥିତି ଅଣାୟତ ହେଉଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୬ ଲକ୍ଷ ୭୩ ହଜାର ୧୬୫ ରେ ପହଂଚିଛି । ଭାରତରେ ୧୯ ହଜାର ୨୬୮ କୁ ବୃଦ୍ଧି ହୋଇଛି ମୃତ୍ୟୁ ସଂଖ୍ୟା । ମୋଟ୍ ସଂକ୍ରମିତ ମଧ୍ୟରୁ ୪ ଲକ୍ଷ ୦୯ ହଜାର ୦୮୩ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଲକ୍ଷ ୪୪ ହଜାର ୮୧୪ ସକ୍ରିୟ ଅଛନ୍ତି।ଏବେ ୨ ଲକ୍ଷ ୪୪ ହଜାର ୮୧୪ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ୨୪ ହଜାର ୮୫୦ ନୂଆ ମାମଲା ସାମନାକୁ ଆସିଛି। ଏହା ପୁଣି ପୂର୍ବ ରେକର୍ଡ ଭାଙ୍ଗିଛି। ଏହା ସହ ୬୧୩ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି।
ମହାରାଷ୍ଟ୍ରରେ ସ୍ଥିତି ସାଙ୍ଘାତିକ ହେଉଛି । ମହାରାଷ୍ଟ୍ରରେ ୨ ଲକ୍ଷ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ୮ ହଜାର ୫୦୦ ପାର ହୋଇଛି ।