Fri. May 22nd, 2026

ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ବାଳଙ୍କ ସନ୍ଦେହଜନକ ମୃତ୍ୟ ମାମଲାର ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ

188 Views

ଭୁବନେଶ୍ବର  : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ବାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସଂପୃକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି ବୋଲି ଗତକାଲି ତାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ସରପଞ୍ଚ ମଧୁସ୍ମିତା ଭଦ୍ରଙ୍କ ସ୍ବାମୀ ରୂପେଶ ଭଦ୍ର ଓ ତାଙ୍କ ସହଯୋଗୀ ସମେତ ୫ ଜଣଙ୍କୁ ଧର୍ମଶାଳା ଥାନା ପୁଲିସ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ଦାବି କରିଛି ରାଜ୍ୟ କଂଗ୍ରେସ।ଜାତୀୟ ମାନବାଧିକାର କମିସନ ଓ ରାଜ୍ୟ ମାନବାଧିକାର କମିସନଙ୍କୁ ନିଜ ଆଡୁ ମାମାଲା ରୁଜୁ କରି ତଦନ୍ତ କରିବାକୁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି।

ଶୁକ୍ରବାର  ସ୍ଥାନୀୟ କଂଗ୍ରେସ ଭବନରେ  ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ ବାଢ଼ି କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ କହିଛନ୍ତି କି ରାଜ୍ୟ ସରକାର ସିବିଆଇକୁ ତଦନ୍ତ ଭାର ଦେବାରେ ବିଳମ୍ବ କଲେ ସ୍ଥାନୀୟ ପୋଲିସ ତଥ୍ୟ ପ୍ରମାଣ ନଷ୍ଟ କରିବାର ସୁଯୋଗ ପାଇବ। ସ୍ମିତାରାଣୀ ବିଶ୍ବାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନାଟକୀୟ ଢଙ୍ଗ ଦିଆଯାଉଛି ଏବଂ
ସରକାର ଏହାକୁ ଆତ୍ମହତ୍ୟାର ରୂପ ଦେଇଛନ୍ତି।  ସରକାର ଉପଯୁକ୍ତ ପଦକ୍ଷେପ ନ ନେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଘୋଷଣା କରାଯାଇଛି। ଏହି ଘଟଣାରେ ଶାସକ ଦଳ ସମ୍ପୃକ୍ତ ବୋଲି କଂଗ୍ରେସ ନେତ୍ରୀ ସ୍ମୃତିରେଖା ପହି  ସାମ୍ବାଦିକ ସମ୍ମିଳନୀରେ ମତ ରଖିଛନ୍ତି।

By amfnews

Related Post