Mon. Sep 14th, 2026

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

221 Views

ବରଗଡ଼ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଟଙ୍କଧର ମେହେରଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ସରକାରୀ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ବିରେନ୍ଦ୍ର ନାଏକଙ୍କ ନେତୃତ୍ୱରେ ରାଉରକେଲା, ଝାରସୁଗଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବରଗଡ଼ର ଭିଜିଲାନ୍ସ ଅଧିକାରୀମାନେ ଏହି ଚଢାଉରେ ସାମିଲ ହୋଇଛନ୍ତି।

ଟଙ୍କଧରଙ୍କ କେନାଲ ଡିଭିଜନ କାର୍ଯ୍ୟାଳୟ, ସରକାରୀ ବାସଭବନ ସହ ବରଗଡ଼ ବାଲାଜୀ ସିଟିଠାରେ ଥିବା ଏକ ଆପାର୍ଟମେଣ୍ଟ, ପଦ୍ମପୁର ଥାନା ସର୍ଗିବାହାଲ ସ୍ଥିତ ପୈତୃକ ଘର ଓ ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ ଅନ୍ତର୍ଗତ ଘସିଏନ୍ ଗାଁରେ ଥିବା ତାଙ୍କ ଶ୍ୱଶୁର ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଟଙ୍କଧରଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

By amfnews

Related Post