Wed. Mar 11th, 2026

ଯୁବକଙ୍କୁ ମାରି ଗଛରେ ଟାଙ୍ଗି ଦେଲେ!

204 Views

ଅନୁଗୋଳ : ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଗୁରୁଧି ଗାଁର ଆମ୍ବ ତୋଟାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ହତ୍ୟା ପରେ ତାଙ୍କୁ କେହି ଗଛରେ ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ପଠାଇଛି। ଏହା ସହିତ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

By amfnews

Related Post