Fri. Jul 31st, 2026

‘ଯୁବପିଢ଼ିଙ୍କୁ ରୋଜଗାରକ୍ଷମ କରିବାରେ ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଭୂମିକା ରହିଛି’

282 Views

କଟକ, ନଭେମ୍ବର ୩: କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ବିକାଶ ପାଇଁ କଟକରେ MSME ସହଯୋଗ ଓ ସମ୍ପର୍କ ଅଭିଯାନ ଆରମ୍ଭ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଥିବା ବେଳେ କଟକ ସହିଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ।

ଯୁବପିଢ଼ିଙ୍କୁ ରୋଜଗାରକ୍ଷମ କରିବାରେ ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଭୂମିକା ରହିଛି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

MSME ମନ୍ତ୍ରାଳୟ ଓ ୟୁକୋ ବ୍ୟାଙ୍କର ମିଳିତ ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ଷୁଦ୍ର, ଲଘୁ ଓ ମଧ୍ୟମ ବ୍ୟବସାୟୀଙ୍କୁ ବ୍ୟାଙ୍କ ଋଣ ପ୍ରଦାନ କରାଯାଇଥିଲା।

ଏହା ଦ୍ୱାରା କ୍ଷୁଦ୍ର ବ୍ୟବସାୟର ଉନ୍ନତି ହେବା ସହିତ ରାଜ୍ୟ ଓ ଦେଶର ଆର୍ଥିକ ଅଭିବୃଦ୍ଧି ଘଟିବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରାଜ୍ୟର କ୍ଲଷ୍ଟର ଆଧାରିତ ନୂଆ MSME ଶିଳ୍ପର ପରିକଳ୍ପନା ଓ ପରିଚାଳନା କରାଯିବାର ଆବଶ୍ୟକତା ଥିବା ସେ କହିଛନ୍ତି।

By amfnews

Related Post