Sun. Oct 4th, 2026

ରାଜ୍ୟରେ ଅଣାୟତ୍ତ ହେଉଛି କରୋନା, ଆଜି ୧୦ ଜଣଙ୍କ ଜୀବନ ନେଲା ମହାମାରୀ

395 Views

ଭୁବନେଶ୍ବର, ଅଗଷ୍ଟ ୩୧ :  ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେଉଛି । ଆଜି ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି ।

ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ, ଗଞ୍ଜାମ,ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୩ ହଜାର ୫୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୯,୭୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩ ହଜାର ୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

By amfnews

Related Post