Sat. Mar 7th, 2026

ରାଜ୍ୟରେ ଆଉ ୭ କରୋନା ପଜିଟିଭ ଚିହ୍ନଟ, ୬୮ରେ ପହଞ୍ଚିଲା ସଂଖ୍ୟା

240 Views

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚି ଯାଇଛି।

ରାଜ୍ୟରେ ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ରାଜ୍ୟର ବିଭିନ୍ନ କୋଭିଡ୍-୧୯ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି।

ଆଜି ଚିହ୍ନଟ ହୋଇଥିବା ୭ ଜଣ କେଉଁ ଅଞ୍ଚଳର ଓ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରୀ ସମ୍ପର୍କରେ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅନ୍ୟପକ୍ଷରେ ଏଯାଏ ରାଜ୍ୟରେ ୧୦,୬୪୧ ନମୂନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୧୦,୫୭୩ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।

By amfnews

Related Post