121 Views
ଭୁବନେଶ୍ୱର, ଅଗଷ୍ଟ ୨୬ : ରାଜ୍ୟରେ ଆଜି ଆଉ ୧୩ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି ।
ଆଜି ମୃତ୍ୟୁବରଣ କରିଥିବା ୧୩ ଜଣ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।